Biblia Todo Logo
Bib sou entènèt

- Piblisite -




ଗୀତସଂହିତା 68:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା

Gade chapit la Kopi

ଓଡିଆ ବାଇବେଲ

7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]

Gade chapit la Kopi

ପବିତ୍ର ବାଇବଲ

7 ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ। ସେଲା

Gade chapit la Kopi




ଗୀତସଂହିତା 68:7
10 Referans Kwoze  

ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;


ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।


ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


Swiv nou:

Piblisite


Piblisite