Biblia Todo Logo
Bib sou entènèt

- Piblisite -




ଗୀତସଂହିତା 69:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ

13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମୋତେ ଗ୍ରହଣ କରିନିଅ। ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।

Gade chapit la Kopi




ଗୀତସଂହିତା 69:13
24 Referans Kwoze  

କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”


ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।


ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।


ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”


ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”


ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।


ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।


Swiv nou:

Piblisite


Piblisite