Biblia Todo Logo
Bib sou entènèt

- Piblisite -




ଗୀତସଂହିତା 69:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

Gade chapit la Kopi

ପବିତ୍ର ବାଇବଲ

3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି। ମୋର କଣ୍ଠ ଯନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି। ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।

Gade chapit la Kopi




ଗୀତସଂହିତା 69:3
18 Referans Kwoze  

ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।


ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।


ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।


ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।


ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।


ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।


ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।


ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।


ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।


ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋʼ ଚକ୍ଷୁର ପତା ଉପରେ ଅଛି।


ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।


ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା]


Swiv nou:

Piblisite


Piblisite