Biblia Todo Logo
Bib sou entènèt

- Piblisite -




ଗୀତସଂହିତା 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଗୋଷ୍ଠୀୟମାନଙ୍କ ମଣ୍ତଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ଵକୁ ପ୍ରତ୍ୟାଗମନ କର।

Gade chapit la Kopi

ଓଡିଆ ବାଇବେଲ

7 ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।

Gade chapit la Kopi

ପବିତ୍ର ବାଇବଲ

7 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର। ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।

Gade chapit la Kopi




ଗୀତସଂହିତା 7:7
13 Referans Kwoze  

କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।


ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।


ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।


ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।


ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]


Swiv nou:

Piblisite


Piblisite