Biblia Todo Logo
Bib sou entènèt

- Piblisite -




ଗୀତସଂହିତା 70:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଉଁମାନେ ହଁ, ହଁ ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

3 ଲୋକମାନେ ମୋତେ ପରିହାସ କରନ୍ତି। ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।

Gade chapit la Kopi




ଗୀତସଂହିତା 70:3
10 Referans Kwoze  

ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।


ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;


“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।


ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’


ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।


ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।


Swiv nou:

Piblisite


Piblisite