Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରମେଶ୍ଵର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ- କରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ଵରୂପ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।

Gade chapit la Kopi




ଗୀତସଂହିତା 73:1
24 Referans Kwoze  

ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।


ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ


ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।


ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;


ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;


Swiv nou:

Piblisite


Piblisite