Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ମୁଁ ଦିନଯାକ ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

14 କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।

Gade chapit la Kopi




ଗୀତସଂହିତା 73:14
10 Referans Kwoze  

ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?


ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।


ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?


ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?


Swiv nou:

Piblisite


Piblisite