Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏରୂପ କହିବି ବୋଲି ଯେବେ ମୁଁ କହିଥାʼନ୍ତି; ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ଵାସଘାତକତା କରିଥାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।

Gade chapit la Kopi




ଗୀତସଂହିତା 73:15
10 Referans Kwoze  

ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।


କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।


ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]


ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।


ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।


ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।


Swiv nou:

Piblisite


Piblisite