Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସ୍ଵର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ତଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।

Gade chapit la Kopi




ଗୀତସଂହିତା 73:25
19 Referans Kwoze  

ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”


କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।


ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।


ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।


ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।


ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।


କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


Swiv nou:

Piblisite


Piblisite