Biblia Todo Logo
Bib sou entènèt

- Piblisite -




ଗୀତସଂହିତା 74:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?

Gade chapit la Kopi




ଗୀତସଂହିତା 74:1
30 Referans Kwoze  

ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।


କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।


ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;


ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।


ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।


ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”


ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?


ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?


ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।


ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।


Swiv nou:

Piblisite


Piblisite