Biblia Todo Logo
Bib sou entènèt

- Piblisite -




ଗୀତସଂହିତା 77:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା

Gade chapit la Kopi

ଓଡିଆ ବାଇବେଲ

3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

Gade chapit la Kopi

ପବିତ୍ର ବାଇବଲ

3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ। ସେଲା

Gade chapit la Kopi




ଗୀତସଂହିତା 77:3
21 Referans Kwoze  

ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।


କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?


ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।


ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।


ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।


ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


Swiv nou:

Piblisite


Piblisite