Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ। ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ। ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।

Gade chapit la Kopi




ଗୀତସଂହିତା 78:7
26 Referans Kwoze  

ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।


କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।


ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


“ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”


ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;


ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,


ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।


ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।


ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;


ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”


ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


Swiv nou:

Piblisite


Piblisite