Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:71 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

71 ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ। କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।

Gade chapit la Kopi




ଗୀତସଂହିତା 78:71
19 Referans Kwoze  

ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।


ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”


ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


Swiv nou:

Piblisite


Piblisite