Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ!

Gade chapit la Kopi

ଓଡିଆ ବାଇବେଲ

1 ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ !

Gade chapit la Kopi

ପବିତ୍ର ବାଇବଲ

1 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ, ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।

Gade chapit la Kopi




ଗୀତସଂହିତା 84:1
17 Referans Kwoze  

ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।


ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।


ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


Swiv nou:

Piblisite


Piblisite