Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

Gade chapit la Kopi




ଗୀତସଂହିତା 84:11
29 Referans Kwoze  

ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।


ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।


ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।


ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?


ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।


ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।


Swiv nou:

Piblisite


Piblisite