Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା

Gade chapit la Kopi

ଓଡିଆ ବାଇବେଲ

4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ

4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ, ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା

Gade chapit la Kopi




ଗୀତସଂହିତା 84:4
13 Referans Kwoze  

ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।


ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।


ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।


ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।


Swiv nou:

Piblisite


Piblisite