Biblia Todo Logo
Bib sou entènèt

- Piblisite -




ଗୀତସଂହିତା 86:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi

ଓଡିଆ ବାଇବେଲ

12 ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।

Gade chapit la Kopi

ପବିତ୍ର ବାଇବଲ

12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।

Gade chapit la Kopi




ଗୀତସଂହିତା 86:12
19 Referans Kwoze  

ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।


ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”


ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।


ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?


ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


Swiv nou:

Piblisite


Piblisite