Biblia Todo Logo
Bib sou entènèt

- Piblisite -




ଗୀତସଂହିତା 89:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା। [ସେଲା

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା]

Gade chapit la Kopi

ପବିତ୍ର ବାଇବଲ

4 ‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା

Gade chapit la Kopi




ଗୀତସଂହିତା 89:4
23 Referans Kwoze  

ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”


ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’


‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।


ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”


ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;


ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର।


ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


Swiv nou:

Piblisite


Piblisite