Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍। ସେଲା।

Gade chapit la Kopi

ଓଡିଆ ବାଇବେଲ

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା ]

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା

Gade chapit la Kopi




ଗୀତସଂହିତା 9:16
26 Referans Kwoze  

ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”


ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”


ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।


ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।


ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।


ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।


ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।


ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।


ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


Swiv nou:

Piblisite


Piblisite