Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ। [ସେଲା

Gade chapit la Kopi

ଓଡିଆ ବାଇବେଲ

20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]

Gade chapit la Kopi

ପବିତ୍ର ବାଇବଲ

20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର। ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି। ସେଲା

Gade chapit la Kopi




ଗୀତସଂହିତା 9:20
14 Referans Kwoze  

ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”


ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।


ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]


Swiv nou:

Piblisite


Piblisite