Biblia Todo Logo
Bib sou entènèt

- Piblisite -




ଗୀତସଂହିତା 90:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।

Gade chapit la Kopi




ଗୀତସଂହିତା 90:10
17 Referans Kwoze  

କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।


ଆଉ, ସେମାନେ ଯେ ମାଂସ ମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।


ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।


ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?


ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।


ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।


ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?


ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।


Swiv nou:

Piblisite


Piblisite