Biblia Todo Logo
Bib sou entènèt

- Piblisite -




ଗୀତସଂହିତା 90:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।

Gade chapit la Kopi

ଓଡିଆ ବାଇବେଲ

12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।

Gade chapit la Kopi




ଗୀତସଂହିତା 90:12
20 Referans Kwoze  

“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।


ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।


ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।


ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!


ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।


ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”


ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।


Swiv nou:

Piblisite


Piblisite