Biblia Todo Logo
Bib sou entènèt

- Piblisite -




ଗୀତସଂହିତା 91:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ।

Gade chapit la Kopi

ଓଡିଆ ବାଇବେଲ

4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।

Gade chapit la Kopi




ଗୀତସଂହିତା 91:4
14 Referans Kwoze  

ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,


ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;


ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


Swiv nou:

Piblisite


Piblisite