Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ। ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi




ଗୀତସଂହିତା 92:15
17 Referans Kwoze  

ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।


କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।


ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,


ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।


Swiv nou:

Piblisite


Piblisite