Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି।

Gade chapit la Kopi

ଓଡିଆ ବାଇବେଲ

4 ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।

Gade chapit la Kopi

ପବିତ୍ର ବାଇବଲ

4 ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।

Gade chapit la Kopi




ଗୀତସଂହିତା 92:4
20 Referans Kwoze  

କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,


ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;


ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;


ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’


ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।


ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।


ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।


ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।


ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।


Swiv nou:

Piblisite


Piblisite