Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ଵରେ ଯାହା ଯାହା ଅବଶ୍ୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ଵର ଏହା ତାହାଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନକୁ ଏହା ଜ୍ଞାତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ।

Gade chapit la Kopi




ପ୍ରକାଶିତ 1:1
30 Referans Kwoze  

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।


ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।


ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।


ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।


ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”


ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,


ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।


ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।


କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।


Swiv nou:

Piblisite


Piblisite