Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ଯୋହନ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ଵନ୍ଧରେ, ଅର୍ଥାତ୍, ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

2 ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପୁଣି ଯୋହନ ନିଜେ ଯାହା ସବୁ ଦେଖିଛନ୍ତି, ତାହା ଏଥିରେ ପ୍ରକାଶ କରିଛନ୍ତି। ଏହି ବିବରଣୀରେ ଈଶ୍ୱରଙ୍କ ବାର୍ତ୍ତା ଓ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ସତ୍ୟ ସନ୍ନିବେଶିତ।

Gade chapit la Kopi

ପବିତ୍ର ବାଇବଲ

2 ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା।

Gade chapit la Kopi




ପ୍ରକାଶିତ 1:2
22 Referans Kwoze  

ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।


ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।


ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।


ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।


କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


Swiv nou:

Piblisite


Piblisite