Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭକ୍ଷଣ କଲି; ତାହା ମୋʼ ମୁଖକୁ ମଧୁ ପରି ମିଷ୍ଟ ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୁଁ ସେହି କ୍ଷୁଦ୍ର ପାଣ୍ଡୁଲିପିଟି ତାଙ୍କ ହାତରୁ ନେଇ ଭୋଜନ କଲି। ତାହା ମୋ’ ପାଟିରେ ମହୁ ପରି ମିଠା ଲାଗିଲା, ମାତ୍ର ଗିଳି ଦେବା ମାତ୍ରେ ପେଟ ଭିତର ପିତା ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନେଲି ଓ ଖାଇଲି। ମୋ’ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତେବେଳେ ମୁଁ ଏହାକୁ ଢୋକିଲି, ପେଟରେ ଏହା ଖଟା ଲାଗିଲା।

Gade chapit la Kopi




ପ୍ରକାଶିତ 10:10
9 Referans Kwoze  

ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।


ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।


ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!


ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।


ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।


ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।


Swiv nou:

Piblisite


Piblisite