Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଥିବା ଦୁଇ ଜୀତ ବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେହି ଦୁଇ ସାକ୍ଷୀ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇଟି ଜୀତ ବୃକ୍ଷ ଓ ଦୁଇଟି ପ୍ରଦୀପ ସଦୃଶ।

Gade chapit la Kopi

ପବିତ୍ର ବାଇବଲ

4 ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା।

Gade chapit la Kopi




ପ୍ରକାଶିତ 11:4
14 Referans Kwoze  

ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।


ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”


କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।


ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।


ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


Swiv nou:

Piblisite


Piblisite