Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା।

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17-18 ଅନନ୍ତର ଦ୍ୟାବଳ ଭୀଷଣ କ୍ରୁଦ୍ଧ ହୋଇ ସେହି ନାରୀ ଉପରେ ପ୍ରତିଶୋଧ ନେବା ପାଇଁ ତା’ର ବଂଶଧରମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ପଡ଼ିଲା। ଯେଉଁମାନେ ଈଶ୍ୱରଙ୍କ ଆଜ୍ଞାବହ, ଯୀଶୁ ପ୍ରକାଶ କରିଥିବା ସତ୍ୟ ପ୍ରତି ବିଶ୍ୱସ୍ତ, ନାରୀର ସେହି ବଂଶଧରମାନଙ୍କୁ ବିରୋଧ କରିବା ପାଇଁ ସେ ଯାଇ ସମୁଦ୍ର ଦୀରରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା'ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।

Gade chapit la Kopi




ପ୍ରକାଶିତ 12:17
26 Referans Kwoze  

ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।


Swiv nou:

Piblisite


Piblisite