Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।

Gade chapit la Kopi

ଓଡିଆ ବାଇବେଲ

5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯଥା ସମୟରେ ସ୍ତ୍ରୀ ଲୋକଟି ଗୋଟିଏ ପୁତ୍ର ସନ୍ତାନ ପ୍ରଦବ କଲା। କିନ୍ତୁ ଲୌହଦଣ୍ଡ ସାହାଯ୍ୟରେ ସମସ୍ତ ଜାତି ଉପରେ ରାଜତ୍ୱ କରିବା ପାଇଁ ନିରୂପିତ ସେହି ପୁତ୍ର ସହସା ପ୍ରଲୋଭିତ ହୋଇ ଈଶ୍ୱରଙ୍କ ସିଂହାସନ ନିକଟକୁ ନିଆଗଲା

Gade chapit la Kopi

ପବିତ୍ର ବାଇବଲ

5 ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।

Gade chapit la Kopi




ପ୍ରକାଶିତ 12:5
14 Referans Kwoze  

ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।


କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।


ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।


ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।


Swiv nou:

Piblisite


Piblisite