Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତତ୍ପରେ ସ୍ଵର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,

Gade chapit la Kopi

ଓଡିଆ ବାଇବେଲ

7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତାହାପରେ ସ୍ୱର୍ଗରେ ଯୁଦ୍ଧ ଆରମ୍ଭ ହୋଇଗଲା। ମିଖାୟେଲ ଓ ତାଙ୍କର ଦୂତମାନେ ସେହି ବିକଟାଳ ସର୍ପ ଓ ତାହାର ଅନୁଚରମାନଙ୍କ ସହିତ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା।

Gade chapit la Kopi




ପ୍ରକାଶିତ 12:7
23 Referans Kwoze  

କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।


ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;


ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,


ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।


ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।


କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।


କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।


Swiv nou:

Piblisite


Piblisite