Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି, ପୁଣି ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।”

Gade chapit la Kopi

ପବିତ୍ର ବାଇବଲ

11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।

Gade chapit la Kopi




ପ୍ରକାଶିତ 14:11
30 Referans Kwoze  

ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”


ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?


ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।


ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।


ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।


ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।


କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।


ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”


ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।


ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


Swiv nou:

Piblisite


Piblisite