Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ତ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ଵମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

20 ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (୩୦୦ କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ନଗର ବାହାରେ ଥିବା ସେହି କୁଣ୍ଡରେ ଦ୍ରାକ୍ଷାଗୁଡ଼ିକ ପେଷାଗଲା ଏବଂ ସେଥିରୁ ତିନି ଶହ କିଲୋମିଟର ଦୀର୍ଘ ଓ ପ୍ରାୟ ଦୁଇ ମିଟର ଉଚ୍ଚର ରକ୍ତର ବନ୍ୟା ଛୁଟିଲା।

Gade chapit la Kopi

ପବିତ୍ର ବାଇବଲ

20 ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।

Gade chapit la Kopi




ପ୍ରକାଶିତ 14:20
12 Referans Kwoze  

ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।


ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।


ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।


ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।


Swiv nou:

Piblisite


Piblisite