Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ।

Gade chapit la Kopi

ଓଡିଆ ବାଇବେଲ

1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟ ଜନକ ଲକ୍ଷଣ ଦେଖିଲି। ସେଠାରେ ସାତ ଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ।

Gade chapit la Kopi




ପ୍ରକାଶିତ 15:1
21 Referans Kwoze  

ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।


ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”


ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।


ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।


ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।


ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।


ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


Swiv nou:

Piblisite


Piblisite