Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 “ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

15 “ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’

Gade chapit la Kopi




ପ୍ରକାଶିତ 16:15
23 Referans Kwoze  

ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”


ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”


ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।


ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।


କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


Swiv nou:

Piblisite


Piblisite