Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର।

Gade chapit la Kopi

ଓଡିଆ ବାଇବେଲ

21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପଚାଶ କିଲୋଗ୍ରାମ ଓଜନର ବିରାଟ କରକାମାନ ଆକାଶରୁ ମନୁଷ୍ୟମାନଙ୍କ ଉପରେ ପଡ଼ିଲା, ଲୋକମାନେ ଏହି ଭୀଷଣ ବିପତ୍ତି ଲାଗି ଈଶ୍ୱରଙ୍କୁ ଅଭିଶାପ ଦେଲେ।

Gade chapit la Kopi

ପବିତ୍ର ବାଇବଲ

21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।

Gade chapit la Kopi




ପ୍ରକାଶିତ 16:21
15 Referans Kwoze  

ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।


ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।


ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”


ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,


ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?


Swiv nou:

Piblisite


Piblisite