Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ଦେଖିଥିବା ସାତଟି ଶୃଙ୍ଗ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ; ସେମାନେ ତାହାଠାରୁ ତାହାର ସବୁ ଛଡ଼ାଇ ନେଇ ତାକୁ ଉଲଗ୍ନ କରି ଛାଡ଼ିଦେବେ। ସେମାନେ ତାହାର ମାଂସ ଭକ୍ଷଣ କରି, ତାକୁ ଅଗ୍ନିରେ ପକାଇ ଧ୍ୱଂସ କରିଦେବେ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସେମାନେ ସେହି ବେଶ୍ୟାକୁ ଘୃଣା କରିବେ। ସେମାନେ ତା'ର ସବୁ ନେଇଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦେବେ। ସେମାନେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନିରେ ପୋଡ଼ି ଦେବେ।

Gade chapit la Kopi




ପ୍ରକାଶିତ 17:16
17 Referans Kwoze  

ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”


ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।


ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।


ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।


ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।


ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’


ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।


ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।


Swiv nou:

Piblisite


Piblisite