Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;

Gade chapit la Kopi

ଓଡିଆ ବାଇବେଲ

4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସ୍ତ୍ରୀ ଲୋକଟି ବାଇଗଣିଆ ଓ ଗାଢ଼ ଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା ଓ ସ୍ୱର୍ଣ୍ଣଅଳଙ୍କାର, ବହୁମୂଲ୍ୟ ମଣିମାଣିକ୍ୟ ଓ ମୁକ୍ତାରେ ଭୂଷିତ ହୋଇଥିଲା। ତାହାର ଭ୍ରାଷ୍ଟାଚାରର ଫଳ ସ୍ୱରୂପ ଅଶ୍ଲୀଳ ଓ ଅଶୁଚି ବିଷୟପୂର୍ଣ୍ଣ ଗୋଟିଏ ସୁବର୍ଣ୍ଣ ପାତ୍ର ସେ ଧରିଥିଲା।

Gade chapit la Kopi

ପବିତ୍ର ବାଇବଲ

4 ସେହି ସ୍ତ୍ରୀଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ଯୋଗୁଁ ଝଲକୁଥିଲା। ତା’ ହାତରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସେହି ପାତ୍ରଟି ଘୃଣ୍ୟ ବିଷୟ ଗୁଡ଼ିକରେ ଓ ତା'ର ନିଜର ଯୌନଗତ ପାପର ଆବର୍ଜନାରେ ପୂର୍ଣ୍ଣ ଥିଲା।

Gade chapit la Kopi




ପ୍ରକାଶିତ 17:4
22 Referans Kwoze  

‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।


ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।


ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।


ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?


ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।


Swiv nou:

Piblisite


Piblisite