Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ତତ୍ତ୍ୱ ବୁଝାଇଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି।

Gade chapit la Kopi

ଓଡିଆ ବାଇବେଲ

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶିଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୁଢ଼ତତ୍ତ୍ୱ ବୁଝାଇଦେବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଦୂତ କହିଲେ: “କାହିଁକି ବିସ୍ମିତ ହେଉଛ? ସେହି ସ୍ତ୍ରୀ ଲୋକ ଏବଂ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ତା’ର ବାହନ ପଶୁର ଗୁପ୍ତ ରହସ୍ୟ ମୁଁ ତୁମକୁ କହୁଛି, ଶୁଣ!

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ସେ ଦୂତ ମୋତେ କହିଲେ, “ତୁମ୍ଭେ କାହିଁକି ଆଶ୍ଚର୍ଯ୍ୟ ହେଉଛ? ମୁଁ ତୁମ୍ଭକୁ ଏହି ସ୍ତ୍ରୀଲୋକର ରହସ୍ୟ କହିବି ଓ ସପ୍ତ ମସ୍ତକ ଓ ଦଶଶିଙ୍ଗ ବିଶିଷ୍ଟ ତା'ର ବାହନ ପଶୁ ବିଷୟରେ ମଧ୍ୟ କହିବି।

Gade chapit la Kopi




ପ୍ରକାଶିତ 17:7
6 Referans Kwoze  

ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।


କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”


ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।


Swiv nou:

Piblisite


Piblisite