Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରେ ମୁଁ ସ୍ଵର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଳେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

Gade chapit la Kopi

ଓଡିଆ ବାଇବେଲ

4 ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଏହାପରେ ମୁଁ ଶୁଣିଲି, ସ୍ୱର୍ଗରୁ ଅନ୍ୟ ଗୋଟିଏ ବାଣୀ ଉଚ୍ଚାିତ ହେଉଛି:- “ମୋର ଲୋକମାନେ ସମସ୍ତେ ବାହାରି ଆସ। ତାହା ନିକଟରୁ ବାହାରି ଆସ! ତୁମ୍ଭେମାନେ ତା’ର ପାପରେ ଆଉ ଲିପ୍ତ ହୋଇ ରୁହ ନାହିଁ; ସେ ଯେଉଁ ଶାସ୍ତି ପାଇବ, ତହିଁର ଅଂଶୀଦାର ହୁଅ ନାହିଁ!

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି “ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ, ତୁମ୍ଭେମାନେ ବାହାରି ଆସିଲେ, ତା'ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।

Gade chapit la Kopi




ପ୍ରକାଶିତ 18:4
16 Referans Kwoze  

ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।


ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।


କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


Swiv nou:

Piblisite


Piblisite