Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ଵିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ଵିଗୁଣ ମଦ୍ୟ ମିଶ୍ରିତ କର।

Gade chapit la Kopi

ଓଡିଆ ବାଇବେଲ

6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ ଯେପରି ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିଛି, ତୁମ୍ଭେମାନେ ତାହା ପ୍ରତି ଠିକ୍ ସେହିପରି ବ୍ୟବହାର କର। ସେ ଯାହା କରିଅଛି, ତାହାକୁ ତାହାର ଦୁଇଗୁଣ ପ୍ରତିଫଳ ଦିଅ। ତୁମ୍ଭମାନଙ୍କୁ ପାନ କରାଇବା ପାଇଁ ସେ ଯେଉଁ ପାନୀୟ ପ୍ରସ୍ତୁତ କରିଥିଲା, ତାହାର ଦୁଇଗୁଣ କଟୁ ପାନୀୟ ତା’ର ପାନପାତ୍ରରେ ପୂର୍ଣ୍ଣ କର।

Gade chapit la Kopi

ପବିତ୍ର ବାଇବଲ

6 ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ। ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ। ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି, ତା'ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।

Gade chapit la Kopi




ପ୍ରକାଶିତ 18:6
21 Referans Kwoze  

ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।


ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।


ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;


ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”


କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;


ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।


“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।


ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।


Swiv nou:

Piblisite


Piblisite