Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।

Gade chapit la Kopi




ପ୍ରକାଶିତ 2:10
36 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।


ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।


କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।


ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”


ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।


Swiv nou:

Piblisite


Piblisite