Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପାପରୁ ଫେରି ଆସିବା ନିମନ୍ତେ ମୁଁ ତାଙ୍କୁ ସମୟ ଦେଇଛି, କିନ୍ତୁ ସେ ନିଜର ଦୁଷ୍କର୍ମ ପରିତ୍ୟାଗ କରିବାକୁ ଚାହୁଁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।

Gade chapit la Kopi




ପ୍ରକାଶିତ 2:21
9 Referans Kwoze  

ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।


ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,


Swiv nou:

Piblisite


Piblisite