Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହାର ଗୋଟିଏ ବୃହତ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ଵାଦଶ ଦ୍ଵାର, ସେହି ଦ୍ଵାରରେ ଦ୍ଵାଦଶ ଦୂତ ଓ ଦ୍ଵାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କ ଦ୍ଵାଦଶ ବଂଶର ନାମ ଲିଖିତ ଅଛି।

Gade chapit la Kopi

ଓଡିଆ ବାଇବେଲ

12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହାର ଗୋଟିଏ ବିରାଟ ଉଚ୍ଚ ପ୍ରାଚୀର ଥିଲା। ଏହି ପ୍ରାଚୀରରେ ଦ୍ୱାଦଶ ସ୍ୱର୍ଗଦୂତଙ୍କ ଦ୍ୱାରା ସୁରକ୍ଷିତ ଦ୍ୱାଦଶ ଦ୍ୱାର ଥିଲା ଓ ସେହି ଦ୍ୱାରମାନଙ୍କ ଉପରେ ଇଶ୍ରାଏଲ ଜାତିର ଦ୍ୱାଦଶ ଗୋଷ୍ଠୀଙ୍କ ନାମ ଲେଖାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।

Gade chapit la Kopi




ପ୍ରକାଶିତ 21:12
21 Referans Kwoze  

ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।


ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।


ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।


ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।


ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ବରଙ୍କ ସେବା କରୁଅଛନ୍ତି। ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି।


କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।


ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।


Swiv nou:

Piblisite


Piblisite