Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ନଗରୀଟି ଚତୁଷ୍କୋଣ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ଦ୍ଵାଦଶ ସହସ୍ର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ସମାନ।

Gade chapit la Kopi

ଓଡିଆ ବାଇବେଲ

16 ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ନଗରୀଟି ବର୍ଗକ୍ଷେତ୍ରାକାର ଥିଲା; ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ ଥିଲା। ଦୂତ ତାଙ୍କ ମାପମାଠିରେ ନଗରୀ ମାପ କଲେ। ତା’ର ଦୈର୍ଘ୍ୟ ଥିଲା ୨୪୦୦ କିଲୋମିଟର ଏବଂ ପ୍ରସ୍ଥ ଓ ଉଚ୍ଚତା ଦୈର୍ଘ୍ୟ ସଙ୍ଗେ ସମାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ ଥିଲା।

Gade chapit la Kopi




ପ୍ରକାଶିତ 21:16
6 Referans Kwoze  

ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”


ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚ ଶହ ଓ ପ୍ରସ୍ଥରେ ପାଞ୍ଚ ଶହ (ଦଣ୍ଡ) ଥିଲା।


ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।


ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।


ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”


Swiv nou:

Piblisite


Piblisite