Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା।

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।

Gade chapit la Kopi




ପ୍ରକାଶିତ 21:2
28 Referans Kwoze  

କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।


ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।


କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]


କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’


ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


Swiv nou:

Piblisite


Piblisite