Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।

Gade chapit la Kopi

ଓଡିଆ ବାଇବେଲ

12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି।

Gade chapit la Kopi

ପବିତ୍ର ବାଇବଲ

12 “ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା।

Gade chapit la Kopi




ପ୍ରକାଶିତ 22:12
19 Referans Kwoze  

ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


ଯେ ଯାହା ନିର୍ମାଣ କରିଅଛି, ତାହାର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;


ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।


ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।


ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


Swiv nou:

Piblisite


Piblisite