Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!”

Gade chapit la Kopi

ପବିତ୍ର ବାଇବଲ

7 ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’”

Gade chapit la Kopi




ପ୍ରକାଶିତ 22:7
12 Referans Kwoze  

ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।


ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;


ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


Swiv nou:

Piblisite


Piblisite