Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।

Gade chapit la Kopi

ଓଡିଆ ବାଇବେଲ

11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମୁଁ ଶୀଘ୍ର ଆସୁଅଛି, ତୁମର ଯାହା ଅଛି, ତାହା ସୁରକ୍ଷା କର, ଯେପରି କେହି ତୁମ ନିକଟରୁ, ତୁମ ବିଜୟ ପୁରସ୍କାର ଅପହରଣ ନ କରେ।

Gade chapit la Kopi

ପବିତ୍ର ବାଇବଲ

11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ।

Gade chapit la Kopi




ପ୍ରକାଶିତ 3:11
19 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।


ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।


ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।


ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”


Swiv nou:

Piblisite


Piblisite